{"product_id":"mamu-9781645604990-new","title":"Mamu","description":"\u003cp\u003eବ୍ୟାସକବି ଫକୀରମୋହନଙ୍କ କଥା-ପ୍ରତିଭାର ମହନୀୟ ଅବଦାନ ହେଉଛି ମାମୁ ଉପନ୍ୟାସ । ଏହା ତାଙ୍କର ତୃତୀୟ ଉପନ୍ୟାସ ଭାବରେ ପରିପକ୍ୱ ପ୍ରତିଭାର ଏକ ଶ୍ରେଷ୍ଠ ନିଦର୍ଶନ । ଯେତେବେଳେ ଫକୀରମୋହନ ବାଲେଶ୍ୱରଠାରେ ବିତାଉଥିଲେ ନିଃସଙ୍ଗ ଜୀବନ ସେହି ସମୟରେ ସୃଷ୍ଟି ହୋଇଛି ମାମୁ । ୧୯୧୩ ମସିହାରେ ଯଦିଓ ଏହା ପ୍ରକାଶିତ, ତା'ର ଯଥେଷ୍ଟ ପୂର୍ବରୁ ଫକୀରମୋହନଙ୍କ ସ୍ରଷ୍ଟା ପ୍ରାଣରୁ ଏହାର ଆବିର୍ଭାବ ବୋଲି ମନେହୋଇଥାଏ । 'ଛ'ମାଣ ଆଠଗୁଣ୍ଠ' ଯଦିଓ ଯୋଜନାବଦ୍ଧ ଭାବରେ ରଚିତ ହୋଇ ନଥିଲା; ତଥାପି ତା'ର ସମ୍ବେଦନଶୀଳ ପ୍ରଭାବ ଠାରୁ ମାମୁ ଉପନ୍ୟାସ ଶ୍ରେଷ୍ଠ ବିବେଚିତ ହୋଇ ନପାରେ । ତେବେ ଯିଏ ଲେଖିଛନ୍ତି ଛ'ମାଣ ଆଠଗୁଣ୍ଠ, ତାଙ୍କରି ଦ୍ୱାରା ହିଁ ସୃଷ୍ଟି ଲାଭ କରିଥିବା ମାମୁ ଯେ, ତାଙ୍କ ଆତ୍ମିକ ସତ୍ତାଠାରୁ ଭିନ୍ନ ହୋଇ ନ ପାରେ ଏହା ଯେକୌଣସି ପାଠକ ସ୍ୱୀକାର କରିବେ ନିଶ୍ଚୟ । ଏହି ଉପନ୍ୟାସରେ ଫକୀରମୋହନଙ୍କ ଭାଷାର ପରିଶୁଦ୍ଧତା, କଥାବସ୍ତୁ ଉପସ୍ଥାପନରେ ତାଙ୍କର ପରିକଳ୍ପନା ଓ ପରିଯୋଜନା ବାସ୍ତବିକ ଏକାନ୍ତ ସୁବିନ୍ୟସ୍ତ । \u003c\/p\u003e","brand":"BLACK EAGLE BOOKS","offers":[{"title":"New","offer_id":67603346194722,"sku":"9781645604990-new","price":20.19,"currency_code":"USD","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0893\/4755\/5618\/files\/9781645604990.jpg?v=1792988115","url":"https:\/\/www.albakireads.com\/products\/mamu-9781645604990-new","provider":"AlbakiReads","version":"1.0","type":"link"}